କଳାହାଣ୍ଡି: କଳାହାଣ୍ଡି ଜିଲ୍ଲା ଇନ୍ଦ୍ରାବତୀ ଦକ୍ଷିଣ ମୁଖ୍ୟ କେନାଲର ପାତ୍ରବସା ଘାଟକୁ ଗାଧୋଇବାକୁ ଯାଇ ପାଣିରେ ବୁଡି ଯୁବକଙ୍କ ମୃତ୍ୟୁ।
ମୃତ ଯୁବକ ହେଲେ ପାତ୍ରବସା ଗ୍ରାମର ୩୫ ବର୍ଷିୟ ଝସକେତନ ନାଏକ। କଲମପୁର ଅଗ୍ନିଶମ ବିଭାଗ କର୍ମଚାରୀ ମୃତ ଦେହ ଉଦ୍ଧାର କରି ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରକୁ ନେଇଥିଲେ। ଡାକ୍ତର ମୃତ ଘୋଷଣା କରିଥିଲେ। କଲମପୁର ପୁଲିସ ଏକ ଅପମୃତ୍ୟୁ ଜନିତ ମାମଲା ରୁଜୁ କରିବା ସହ ଶବ ଜବତ୍ କରି ବ୍ୟବଚ୍ଛେଦ ପାଇଁ ଜୟପାଟଣା ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରକୁ ସ୍ଥାନାନ୍ତରିତ କରାଯାଇଛି।









