କଟକ: କଟକରେ ମର୍ମନ୍ତୁଦ ସଡକ ଦୁର୍ଘଟଣା । ଏକ ବାଇକ୍ ଧକ୍କାରେ ଜଣେ ଯୁବକର ମୃତ୍ୟୁ ଘଟିଛି । ଆଜି କଟକ ଜିଲ୍ଲା ବଡମ୍ବା ବ୍ଲକର କୃଷ୍ଣଚନ୍ଦ୍ରପୁରରେ ଘଟିଛି ଏହି ମର୍ମନ୍ତୁଦ ଦୁର୍ଘଟଣା । ମୃତକଙ୍କୁ ଖଇରପାଙ୍ଗା ଗ୍ରାମର ବୁଟା ବେହେରାଙ୍କ ପୁଅ ଅରୁଣ ବେହେରା ବୋଲି ଚିହ୍ନଟ କରାଯାଇଛି । ସୂଚନା ଅନୁଯାୟୀ, ଅରୁଣ ଦେକାନରୁ ସାମଗ୍ରୀ କିଣି ସାଇକେଲ ଯୋଗେ ଘରକୁ ଫେରୁଥିଲେ । ସେହି ସମୟରେ ବିପରୀତ ଦିଗରୁ ଆସୁଥିବା ଏକ ବାଇକ୍ ଧକ୍କା ଦେଇଥିଲା । ଏହା ପରେ ତାଙ୍କୁ ସ୍ଥାନୀୟ ଲୋକେ ଗୁରୁତର ଅବସ୍ଥାରେ ବଡମ୍ବା ସ୍ୱାସ୍ଥ୍ୟକେନ୍ଦ୍ରକୁ ନେଇ ଯାଇଥିଲେ । କିନ୍ତୁ ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ । ଘଟଣାସମ୍ପର୍କରେ ସୂଚନା ପାଇ ପୋଲିସ ଘଟଣାସ୍ଥଳରେ ପହଞ୍ଚି ଦୁର୍ଘଟଣା ଘଟାଇଥିବା ଗାଡିକୁ ଖୋଜିବା ସହ ତଦନ୍ତ ଆରମ୍ଭ କରିଛି ।










