21.1 C
Bhubaneswar
Saturday, December 20, 2025
Homeଓଡିଶାସଡକ ଦୁର୍ଘଟଣାରେ ଯୁବକ ମୃତ

ସଡକ ଦୁର୍ଘଟଣାରେ ଯୁବକ ମୃତ

ନୟାଗଡ: ନୟାଗଡରେ ମର୍ମନ୍ତୁଦ ସଡକ ଦୁର୍ଘଟଣା। ଦୁଇ ଗାଡି ମଧ୍ୟରେ ଧକ୍କା ହୋଇ ଦୁର୍ଘଟଣା ଘଟିଛି। ଏହି ଦୁର୍ଘଟଣାରେ ଜଣେ ମୃତ୍ୟୁବରଣ କରିଥିବା ବେଳେ ଅନ୍ୟ ଜଣେ ଗୁରୁତର ଆହତ ହୋଇଛନ୍ତି। ନୟାଗଡ଼ ଜିଲ୍ଲା ରଣପୁର ଥାନା ରାଜ ସୁନାଖଳା ଫାଣ୍ଡି ଅନ୍ତର୍ଗତ ୫୭ ନମ୍ବର ଜାତୀୟ ରାଜପଥରେ ଏହି ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ମୃତ ଯୁବକ ଜଣକ ପାନନଗର ଗାଁର ଅଜୟ ମହାନ୍ତି ଙ୍କ ପୁଅ ଶୁଭମ୍ ମହାନ୍ତି(୧୭) ବୋଲି ଚିହ୍ନଟ କରାଯାଇଛି ଏବଂ ଗୁରୁତର ଯୁବକକୁ ରାଜେନ୍ଦ୍ର ତାରେଣିଆ(୧୭) ବୋଲି ଚିହ୍ନଟ କରାଯାଇଛି। ରାଜେନ୍ଦ୍ରଙ୍କୁ ତୁରନ୍ତ ଉଦ୍ଧାର କରାଯାଇ ପ୍ରଥମେ ଭୁବନେଶ୍ୱର ଏମସ୍ ଏବଂ ପରେ କଟକ ବଡ ମେଡିକାଲକୁ ସ୍ଥାନାନ୍ତର କରାଯାଇଛି। ଖବର ପାଇ ରାଜ ସୁନାଖଳା ଫାଣ୍ଡି ପୋଲିସ ତୁରନ୍ତ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking