ଖୋର୍ଦ୍ଧା: ଖୋର୍ଦ୍ଧା ଜିଲ୍ଲା ଟାଙ୍ଗୀ ରେଞ୍ଜରେ ହାତୀ ଆତଙ୍କ । ହାତୀ ଆକ୍ରମଣରେ ଯୁବକ ମୃତ । ମୃତକ ଜଣକ ଖଡିପଦର ଗ୍ରାମର ଶଙ୍କର ରାଉତରାୟ (୪୦) ବୋଲି ଚିହ୍ନଟ କରାଯାଇଛି । ସୂଚନା ଅନୁସାରେ, ଖୋର୍ଦ୍ଧା ଜିଲ୍ଲା ଟାଙ୍ଗୀ ରେଞ୍ଜ ଅନ୍ତର୍ଗତ ସିକୋ ଖଡିପଦରରେ ଦନ୍ତାହାତୀ ଆକ୍ରମଣରେ ଜଣଙ୍କର ମୃତ୍ୟୁ ଘଟିଛି । ଏହି ଘଟଣା ପରେ କ୍ଷତିପୂରଣ ଦାବିରେ ଉତ୍ୟକ୍ତ ଲୋକେ ରାସ୍ତା ଅବରୋଧ କରିଛନ୍ତି । ଉତ୍ୟକ୍ତ ଲୋକେ ନୂଆ ଜଗନ୍ନାଥ ସଡକ ଉପରେ ଟାୟାର ଜାଳି ରାସ୍ତାରୋକ କରିଛନ୍ତି । ଫଳରେ ଯାତାୟତ ବାଧାପ୍ରାପ୍ତ ହୋଇଛି । ଖବର ପାଇ ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି ।










