ଭୁବନେଶ୍ୱର : ଆଜି ପ୍ରବାସୀ ଭାରତୀୟ ଦିବସ ସମ୍ମେଳନ ରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ , କେନ୍ଦ୍ର ବୈଦେଶିକ ବ୍ୟାପାର ମନ୍ତ୍ରୀ ଏ ଓ ଜୟଶଙ୍କର , କେନ୍ଦ୍ର ଯୁବ ବ୍ୟାପାର ଓ କ୍ରୀଡା ମନ୍ତ୍ରୀ ମନସୁଖ ମାଣ୍ଡବ୍ୟ ଉଦଘାଟନ କରିଛନ୍ତି । ବିକଶିତ ଭାରତ ପାଇଁ ଯୁବବର୍ଗଙ୍କ ଭାଗିଦାରୀ ଜରୁରୀ କହିଲେ ମାଣ୍ଡଭିୟ । ଦେଶର ହିତ ପାଇଁ ଯୁବବର୍ଗଙ୍କୁ ଯୋଗଦାନ କରିବାକୁ ହେବ । ଦେଶରେ ଏବେ ୨୦ ନାଗରିକରୁ ୧୩ ଜଣ ଯୁବ ା କୋଭିଡ ସମୟରେ ଯୁବ ବୈଜ୍ଞାନିକଙ୍କ ଅବଦାନକୁ ଭୁଲି ହେବନି । ୧ ଲକ୍ଷ ଯୁବ ନେତୃତ୍ୱ ଗଠନ ପାଇଁ ପ୍ରଧାନମନ୍ତ୍ରୀ ଲକ୍ଷ୍ୟ ରଖିଛନ୍ତି । ୨୦୪ ସୁଦ୍ଧା ବିକଶିତ ଭାରତ ଗଠନ ଆମର ଲକ୍ଷ୍ୟ ଅଟେ କହିଛନ୍ତି ମାଣ୍ଡଭିୟ ।