28.8 C
Bhubaneswar
Friday, June 19, 2026
Homeଓଡିଶାଦୁର୍ବୃତ୍ତଙ୍କ ଖଣ୍ଡା ଆକ୍ରମଣରେ ଯୁବକ ଗୁରୁତର

ଦୁର୍ବୃତ୍ତଙ୍କ ଖଣ୍ଡା ଆକ୍ରମଣରେ ଯୁବକ ଗୁରୁତର

ଭୁବନେଶ୍ୱର: ରାଜ୍ୟ ରାଜଧାନୀ ଭୁବନେଶ୍ୱରରେ ଅଭାବନୀୟ ଘଟଣା। ଦୁର୍ବୃତ୍ତଙ୍କ ଖଣ୍ଡା ଆକ୍ରମଣରେ ଯୁବକ ଗୁରୁତର। ପୀଡିତା ଜଣକ ଭୁବନେଶ୍ୱରର ପାଟ୍ରାପଡା ନିବାସୀ ଚିଣ୍ଟୁ ବୋଲି ଜଣାପଡିଛି। ଆଜି ଭୋର ପ୍ରତ୍ୟୁଷରେ ଭୁବନେଶ୍ୱର ଏମ୍ସ ରୋଡ ନିକଟରେ କିଛି ଅଜଣା ଦୁର୍ବୃତ୍ତ ଖଣ୍ଡାରେ ଆକ୍ରମଣ କରିବା ଫଳରେ ଜଣେ ଯୁବକ ଗୁରୁତର ଆହତ ହୋଇଛନ୍ତି। ସୂଚନା ଅନୁଯାୟୀ, ଚିଣ୍ଟୁ ଖଣ୍ଡଗିରି ଯାତ୍ରା ଦେଖି ଘରକୁ ଫେରୁଥିବା ବେଳେ କିଛି ଦୁର୍ବୃତ୍ତ ତାଙ୍କ ଉପରେ ଖଣ୍ଡାରେ ଆକ୍ରମଣ କରିଥିଲେ। ତାଙ୍କ ଶରୀରର ବିଭିନ୍ନ ସ୍ଥାନରେ ଗଭୀର ଆଘାତ ଲାଗିଛି ଏବଂ ଅତ୍ୟଧିକ ରକ୍ତସ୍ରାବ ଯୋଗୁଁ ତାଙ୍କ ଅବସ୍ଥା ଗୁରୁତର ଥିବା ଜଣାପଡ଼ିଛି। ଆକ୍ରମଣ ପରେ, ସ୍ଥାନୀୟ ବାସିନ୍ଦାମାନେ ତାଙ୍କୁ ତୁରନ୍ତ ଭୁବନେଶ୍ୱର ଏମ୍ସରେ ଭର୍ତ୍ତି କରିଥିଲେ, ଯେଉଁଠାରେ ସେ ବର୍ତ୍ତମାନ ଚିକିତ୍ସାଧୀନ ଅଛନ୍ତି। ପ୍ରାଥମିକ ରିପୋର୍ଟ ଅନୁଯାୟୀ, ପୂର୍ବ ଶତ୍ରୁତାରୁ ଏହି ଆକ୍ରମଣ ହୋଇଥିବା ସନ୍ଦେହ କରାଯାଉଛି। ସୂଚନା ପାଇବା ମାତ୍ରେ ପୋଲିସ ଘଟଣାସ୍ଥଳରେ ପହଞ୍ଚି ଘଟଣାର ତଦନ୍ତ ଆରମ୍ଭ କରିଛି।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking